www.samajalive.in
Thursday, December 11, 2025
14.1 C
Bhubaneswar

ଅକ୍ଷୟ ତୃତୀୟା ଉତ୍ସବରେ ଅକ୍ଷିମୁଠି ଅନୁକୂଳ କଲେ ଉପଜିଲ୍ଲାପାଳ

ବୌଦ୍ଧ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ବୌଦ୍ଧବ୍ଲକ ମୃର୍ଷୁଣ୍ଡି କଲ୍ୟାଣମଣ୍ଡପ ଠାରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା ଓ କୃଷକ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଉପଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର ଯୋଗଦେଇ ଅକ୍ଷିମୁଠି ଅନୁକୂଳ କରିଥିଲେ। ସମ୍ମାନିତ ଅତିଥି ଭାବରେ ବୌଦ୍ଧ ବିଧାୟକ ପ୍ରତିନିଧି ବିଦ୍ୟାଧର ସ୍ୱାଇଁ, ବଢ଼ିଗାଁ ସରପଂଚ ସିଦ୍ଧେଶ୍ବର ପ୍ରଧାନ, ମୁର୍ଷୁଣ୍ଡି ସରପଂଚ ମଧୁମତୀ ବେହେରା, ଜିଲ୍ଲା ମତ୍ସ୍ୟଅଧିକାରୀ ଲିପ୍ସା ପଟ୍ଟନାୟକ,ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରିତାକାନ୍ତି ବଳିଆରସିଂ ପ୍ରମୁଖ ଯୋଗଦେଇ ଅକ୍ଷୟ ତୃତୀୟ ଦିବସ ପାଳନର ମହତ୍ୱ ଉପରେ ଆଲୋଚନା କରିବାସହ ଚାଷୀମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ କୃଷି ବିଭାଗ,ଉଦ୍ୟାନ ବିଭାଗ,ମତ୍ସ୍ୟ ବିଭାଗ,ପ୍ରାଣୀ ସଂପଦ ବିଭାଗ ଓ କୃଷି ବିଜ୍ଞାନ କେନ୍ଦ୍ରର ଅଧିକାରୀମାନେ ଯୋଗଦେଇ ନିଜ ନିଜ ବିଭାଗ ପକ୍ଷରୁ ଚାଷୀମାନଙ୍କ ପାଇଁ ରହିଥିବା ସୁବିଧା ସୁଯୋଗ ଓ ସରକାରୀ ଯୋଜନା ସଂପର୍କରେ ଆଲୋଚନା କରିଥିଲେ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories