କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡ ପରଜଙ୍ଗ ଥାନା ବସୋଈ ଗାଁ ପାଖ କାଜୁ ଜଙ୍ଗଲରୁ ଯୁବକଙ୍କ କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ସେହି ଗ୍ରାମର ମନୁଜା ବିଶ୍ୱାଳ। ମନୁଜା ଗତକାଲି ସନ୍ଧ୍ୟାରେ ନିଜ ବାଇକରେ ଅଁଳାକଟା ଗାଁକୁ ଯାତ୍ରା ଦେଖି ଯାଇଥିବା ବେଳେ, ଆଜି ସକାଳେ ତାଙ୍କ କ୍ଷତ ବିକ୍ଷତ ମୃତ ଦେହ ଗାଁ ପାଖ କାଜୁ ବଗିଚାରେ ପଡ଼ିଥିବା ଗାଁ ଲୋକ ଦେଖିବାକୁ ପାଇଥିଲେ। ଗାଁ ଲୋକ ଏ ନେଇ ତାଙ୍କ ପରିବାର ଲୋକଙ୍କୁ ଖବର ଦେବା ସହ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଜାରି ରଖିଥିବା ବେଳେ, ପ୍ରେମ ଜନିତ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ହୋଇଥିବା ତାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି। ତେବେ କିଛି ମାସ ପୂର୍ବରୁ ତାଙ୍କ ବଡ଼ ଭାଇ ସରୋଜ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏ ନେଇ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ କୌଣସି ପଦକ୍ଷେପ ନେଇ ନଥିବା ତାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି।
Popular Categories



