www.samajalive.in
Friday, December 12, 2025
19.1 C
Bhubaneswar

୩୫୫ ଜଣ ଦେଲେ ନବୋଦୟ ପ୍ରବେଶିକା ପରୀକ୍ଷା

ଆଠଗଡ଼଼: ଆଠଗଡ଼଼ରେ ୨ଟି କେନ୍ଦ୍ରରେ ଜବାହର ନବୋଦୟ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା କରାଯାଇଥିବା ବେଳେ ମୋଟ ୩୫୫ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେଇଥିଲେ। ଆଠଗଡ଼଼ ବିଶ୍ୱନାଥ ବିଦ୍ୟାପୀଠରେ ୧୮୬ଜଣ ପଞ୍ଜିକୃତ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨୧ଜଣ ଅନୁପସ୍ଥିତ ରହିବାରୁ ୧୬୫ଜଣ ଏବଂ ସରକାରୀ ବାଳିକା ହାଇସ୍କୁଲରେ ୨୧୬ ପଞ୍ଜିକୃତ ପରୀକ୍ଷାର୍ଥୀଙ୍କ ମଧ୍ୟରୁୁ ୨୬ଜଣ ଅନୁପସ୍ଥିତ ରହିଥିବାବେଳେ ୧୯୦ଜଣ ପରୀକ୍ଷା ଦେଇଥିବା ଜଣାପଡ଼ିଛି। ବିଶ୍ୱନାଥ ବିଦ୍ୟାପୀଠ ପ୍ରଧାନଶିକ୍ଷକ ଅମର କୁମାର ମହାରଣା ଏବଂ ବାଳିକା ହାଇସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ସ୍ନିଗ୍ଧା ପ୍ରିୟଦର୍ଶିନୀ ଷଡଙ୍ଗୀ କେନ୍ଦ୍ର ଅଧିକ୍ଷକ ଭାବେ ପରୀକ୍ଷା ପରିଚାଳନା କରିଥିଲେ। ବ୍ଲକ ଶିକ୍ଷାଧିକାରୀ ବିଜୟଲକ୍ଷ୍ମୀ ସାମଲ ଏବଂ ସହକାରୀ ଜିଲ୍ଲାପାଳ ମାନସ କୁମାର ବେହେରା ଉଭୟ କେନ୍ଦ୍ରକୁ ଯାଇ ପରୀକ୍ଷା ପରିଚାଳନା ତଦାରଖ କରିଥିଲେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories