www.samajalive.in
Monday, December 15, 2025
17.1 C
Bhubaneswar

ପଦାର୍ଥବିଜ୍ଞାନ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

କେନ୍ଦୁଝରଗଡ଼଼: ରିମୁଳି ମହାବିଦ୍ୟାଳୟର ପଦାର୍ଥବିଜ୍ଞାନ ବିଭାଗ ତୃତୀୟବର୍ଷ ଛାତ୍ରଛାତ୍ରୀଙ୍କୁ ମଙ୍ଗଳବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ସୁଶୀଲ କୁମାର ମହାନ୍ତଙ୍କ ପରିଚାଳନାରେ ଅଧ୍ୟକ୍ଷ କର୍ଣ୍ଣେଶ୍ୱର ବୈଦ୍ୟ ଅଧ୍ୟକ୍ଷତା କରି ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିବା ସହ ସଠିକ୍‌‌ ଭବିଷ୍ୟତ ଉଦ୍ଦେଶ୍ରରେ ମାର୍ଗଦର୍ଶନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟର ପୂର୍ବତନ ଅର୍ଥନୀତି ବିଭାଗ ମୁଖ୍ୟ ପ୍ରାଧ୍ୟାପକ ଅମୂଲ୍ୟ କୁମାର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଜୀବନଶୈଳୀ ଉପରେ ଆଲୋକପାତ କରିଥିଲେ। ରସାୟନବିଜ୍ଞାନ ବିଭାଗ ଅଧ୍ୟାପକ ଦିପ୍ତୀରଞ୍ଜନ ବେଉରା, ତର୍କଶାସ୍ତ୍ର ବିଭାଗ ଅଧ୍ୟାପକ ନିର୍ମଳ କୁମାର ସେଠୀ ଓ ଇଂରାଜୀ ବିଭାଗ ଅଧ୍ୟାପକ ପୀତବାସ ପାତ୍ର ଅତିଥି ଭାବେ ଯୋଗଦେଇ ବିଦାୟୀ ଛାତ୍ରଛାତ୍ରୀ ନିଜର ଲକ୍ଷ୍ୟ ସାଧନ ସହ ଦେଶ ବିକାଶରେ ନିଜକୁ ନିୟୋଜିତ କରିବାକୁ ପରାମର୍ଶ ଦେଇଥିଲେ। ବିଦାୟୀ ଛାତ୍ରଛାତ୍ରୀଙ୍କୁ ଉପହାର ପ୍ରଦାନ ସ୍ୱରୂପ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ବେଳେ ଶେଷରେ ପ୍ରଥମବର୍ଷ ଛାତ୍ରୀ ସ୍ମୃତି ସାଗରିକା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories