www.samajalive.in
Monday, December 15, 2025
27.1 C
Bhubaneswar

ଏନସିସି କ୍ୟାଡେଟଙ୍କୁ ସମ୍ବର୍ଦ୍ଧନା

ପାଟଣା: ପାଟଣା ବ୍ଲକ ମୁଖ୍ୟାଳୟ ସ୍ୱାମ ପାଟଣା ଡିଗ୍ରୀ ମହାବିଦ୍ୟାଳୟରେ ଅଧ୍ୟୟନ ରତ ଏନସିସି ବା ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। କ୍ରୀଡା ଶିକ୍ଷକ ତଥା ଏନ ସି ସି ଅଧିକାରୀ ଲେଫ୍ଟନାଣ୍ଟ ଧର୍ମେନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଅଧ୍ୟାପକ ଜଗନ୍ନାଥ ମହାନ୍ତ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଯୋଗେଶ୍ୱର ପତି, ରଜତ କୁମାର ଦାଶ ପ୍ରମୁଖ ଯୋଗ ଦେଇ ଏନ ସି ସି ଛାତ୍ରଛାତ୍ରୀ ମାନେ ଏହି ମହାବିଦ୍ୟାଳୟର ଗୌରବ ବୃଦ୍ଧି କରିଥିବାରୁ ଭବିଷ୍ୟତରେ ସେମାନେ ନିଜର ଉତ୍ତରୋତ୍ତର ଉନ୍ନତି ପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ମୋଟ ୫୫ ଜଣ ଏନ ସି ସି କ୍ୟାଡେଟ ଉପସ୍ଥିତ ଥିବା ବେଳେ ତୃତୀୟ ବର୍ଷର ୧୧ ଜଣ କ୍ୟାଡେଟଙ୍କୁ ଟ୍ରଫି, ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା।  ବ୍ରଜେନ୍ଦ୍ର କୁମାର ପତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories