www.samajalive.in
Saturday, December 6, 2025
19.1 C
Bhubaneswar

ପ୍ରୋସେସନ ଉପରକୁ ମାଡ଼ିଗଲା ବରଯାତ୍ରୀ ଗାଡ଼ି ; ୨ ମୃତ, ୧ ଆହତ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ପାଟକୁରା ଥାନା ଅନ୍ତର୍ଗତ ଲେଖରନପୁର ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ନାଚ ଗୀତରେ ମସଗୁଲ ଥିବା ବରଯାତ୍ରୀଙ୍କ ଉପରେ ପ୍ରୋସେସନର ଏକ ଗାଡ଼ି  ମାଡ଼ିଯାଇଛି। ଏଥିରେ ବର ନିଜେ ଆହତ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି।
ସୂଚନା ଯୋଗ୍ୟ, ଲେଖଖରନପୁର ଗାଁରେ ଏକ ବିବାହ ପ୍ରୋସେସନ ଚାଲିଥିଲା। ଏହି ସମୟରେ ବରଯାତ୍ରୀ ଗାଡ଼ି ପ୍ରୋସେସନ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବର ଆହତ ହୋଇଛନ୍ତି। ଆହତ ଅବସ୍ଥାରେ ବରକୁ ନିକଟସ୍ଥ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଥିବା ବେଳେ ଗାଡ଼ି ଚାଳକ ମଦ୍ୟପାନ କରିଥିବାରୁ ଏଭଳି ଅଘଟଣ ଘଟିଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories