www.samajalive.in
Wednesday, December 10, 2025
26.1 C
Bhubaneswar

‘ଫନି’ କ୍ଷୟକ୍ଷତି ଆକଳନ ପାଇଁ ଭୁବନେଶ୍ୱରରେ କେନ୍ଦ୍ରୀୟ ଟିମର ବୈଠକ

ଭୁବନେଶ୍ୱର : ସାମୁଦ୍ରିକ ଝଡ଼ ‘ଫନି’ କ୍ଷୟକ୍ଷତିର ଆକଳନ ପାଇଁ ସୋମବାର ଠାରୁ କେନ୍ଦ୍ରୀୟ ଟିମ ସମୀକ୍ଷା ଆରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ନେତୃତ୍ୱରେ ଆସିଥିବା ୧୧ ଜଣିଆ କେନ୍ଦ୍ରୀୟ ଟିମ କ୍ଷୟକ୍ଷତିର ଆକଳନ କରିବେ। ଏହି ଟିମରେ ବିଭିନ୍ନ ବିଭାଗର ଅଧିକାରୀ ରହିଛନ୍ତି। ସମୀକ୍ଷା ପୂର୍ବରୁ ଭୁବନେଶ୍ୱର ସ୍ଥିତ ଏକ ହୋଟେଲରେ ଟିମ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସହିତ ଆଲୋଚନା ମଧ୍ୟ କରିଛି। ସୂଚନା ଯୋଗ୍ୟ, କେନ୍ଦ୍ରୀୟ ଟିମ ଦୁଇ ଭାଗରେ ବିଭକ୍ତ ହୋଇ ଏହି ସମୀକ୍ଷା କରିବେ। ସମସ୍ତ ସମୀକ୍ଷା ପରେ ରାଜ୍ୟ ପକ୍ଷରୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ଟିମ ୩ ଦିନ ସମୀକ୍ଷା କରିବେ। ଫନିରେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲାକୁ କେନ୍ଦ୍ରୀୟ ଟିମ ପ୍ରଥମେ ଗ୍ରସ୍ତ କରିବେ। ମଙ୍ଗଳବାର ଓ ବୁଧବାର କଟକ ଓ ଭୁବନେଶ୍ୱରରେ କ୍ଷୟକ୍ଷତି ଆକଳନ କରିବେ ବୋଲି ଜଣାପଡ଼ିଛି। ବୁଧବାର ସନ୍ଧ୍ୟାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହିତ ବୈଠକ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

Related Articles

Popular Categories