www.samajalive.in
Wednesday, December 10, 2025
26.1 C
Bhubaneswar

ଅଂଶୁଘାତରେ ମୃତ୍ୟୁ ଅଭିଯୋଗ

ଆଠଗଡ଼: ଆଠଗଡ଼ ଥାନା ଅନ୍ତର୍ଗତ ପାଟେଣି ଗାଁର ଜଣେ ବ୍ୟକ୍ତି ମଙ୍ଗଳବାର ଅଂଶୁଘାତରେ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି। ପାଟେଣି ଗାଁର ସୁଧାକର ସାହୁ(୬୨) ଆମ୍ବତୋଟାରୁ ଆମ୍ବ ତୋଳି ନିଜ ସାଇକେଲରେ କଟକ ବିକ୍ରି କରିବାକୁ ଯାଇଥିଲେ। ସେଠାରୁ ସେ ବିକ୍ରିବଟା ସାରି ଅପରାହ୍ନ ପ୍ରାୟ ୨.୩୦ମିନିଟ ବେଳକୁ ଫେରିବା ସମୟରେ ବାଉଁଶଦଣ୍ଡା ଛକଠାରେ ସାଇକେଲରୁ ଖସିପଡ଼ିଥିଲେ। ତାଙ୍କୁ ତୁରନ୍ତ ଆଠଗଡ଼ ଉପଖଣ୍ଡ ଡାକ୍ତରଖାନା ଅଣାଯାଇଥିବାବେଳେ ଡାକ୍ତର ପରୀକ୍ଷା ନିରୀକ୍ଷା ପରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ପକ୍ଷରୁ ତାଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ କରାଯାଇଛି। ଆସନ୍ତା ବୁଧବାର ସକାଳେ ତାଙ୍କର ମୃତଦେହ ବ୍ୟବଚ୍ଛେଦ ହେବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଡାକ୍ତରଖାନା ଓ ପୁଲିସ ପକ୍ଷରୁ କୁହାଯାଇଛି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories