ଫୁଲବାଣୀ: ଜାତୀୟ ଡେଙ୍ଗୁ ଦିବସ ୨୦୨୩ ପାଳନ ଅବସରରେ ଫୁଲବାଣୀ ପୌରପରିଷଦ ସମ୍ମିଳନୀ କକ୍ଷରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ଡାକ୍ତର ମନୋଜ କୁମାର ଉପାଧ୍ୟାୟ ଯୋଗଦେଇ ଡେଙ୍ଗୁ ରୋଗର ପ୍ରତିରୋଧ ଓ ନିୟନ୍ତ୍ରଣ ସମ୍ୱନ୍ଧରେ ନିଜର ବକ୍ତବ୍ୟ ରଖିଥିଲେ। ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଭାକର ସାହୁ ଡେଙ୍ଗୁ ରୋଗ ସମ୍ୱନ୍ଧରେ ବିଷଦ ଭାବରେ ଆଲୋଚନା କରିଥିଲେ। ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ ଫୁଲବାଣୀ ବଳ ଦେବ ବେହେରା, ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର କଲ୍ୟାଣି ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକରିଣୀ, ସିଡିପିଓ, ଫୁଲବାଣୀ ପୌରପରିଷଦର ବିଭିନ୍ନ ୱାର୍ଡସଭ୍ୟ/ସଭ୍ୟା, ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ଉପସ୍ଥିତ ରହି ବୈଠକକୁ ସାଫଲ୍ୟ ମଣ୍ଡିତ କରିଥିଲେ।
Popular Categories



