www.samajalive.in
Monday, December 15, 2025
14.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ଆଠଗଡ଼: ଆଠଗଡ଼ରେ ଭାରତୀୟ ଜନତା ପାର୍ଟୀ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ରବିବାର ସକାଳେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଅନୁଗୁଳ ଯିବା ବାଟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଠଗଡ଼ରେ କିଛି ସମୟ ଅବସ୍ଥାନ କରିବା ସହ ଦଳୀୟ ନେତୃବୃନ୍ଦଙ୍କ ସହ ସାଂଗଠନିକ ଆଲୋଚନା କରିଥିଲେ। ଗାନ୍ଧିମାର୍ଗସ୍ଥିତ ଦଳୀୟ କାର୍ଯ୍ୟାଳୟଠାରେ ଶ୍ରୀ ପ୍ରଧାନ ପହଞ୍ଚିବା ପରେ ତାଙ୍କୁ ଦଳର ବରିଷ୍ଠ ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବ୍ରଜେନ୍ଦ୍ର କୁମାର ରାୟ ଓ ଅନ୍ୟ ସ୍ଥାନୀୟ ନେତା ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ପୂର୍ବରୁ ମନ୍ତ୍ରୀ ଶ୍ରୀ ପ୍ରଧାନ ଭୁବନେଶ୍ୱରରୁ ଆସି ଧାଇପୁରର କଇଥଛକଠାରେ ପହଞ୍ଚିବା ପରେ ବରିଷ୍ଠ ବିଜେପି ନେତା ଅଭୟ କୁମାର ବାରିକ ଅନ୍ୟ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ। ଅଭୟଙ୍କ ନେତୃତ୍ୱରେ ସେଠାରୁ ମନ୍ତ୍ରୀଙ୍କୁ ଏକ ବିଶାଳ ବାଇକ ଶୋଭାଯାତ୍ରାରେ ବାଜା ଓ ବାଣ ଫୁଟାଇ ପାଛୋଟି ଆଣିଥିଲେ। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସାଂଗଠନିକ ଆଲୋଚନା କାଳରେ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ନିଜ ଭିତରେ ମତଭେଦ ଓ ଅନ୍ତଦ୍ୱର୍ନ୍ଦ ଭୁଲି ଦଳର ସଂଗଠନକୁ ତୃଣମୂଳସ୍ତରରେ କିପରି ଅଧିକରୁ ଅଧିକ ମଜବୁତ କରାଯିବ ସେ ଦିଗରେ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ। ମନ୍ତ୍ରୀ ଶ୍ରୀ ପ୍ରଧାନ ଗାନ୍ଧିମାର୍ଗସ୍ଥିତ ତାଙ୍କ ସଂପର୍କୀୟ ଭଉଣୀ ଗଭା ପ୍ରଧାନଙ୍କ ଘରକୁ କିଛି ସମୟ ପାଇଁ ଯାଇ ଭଉଣୀଙ୍କର ସ୍ୱାସ୍ଥ୍ୟାବସ୍ଥା ଓ ଭଲମନ୍ଦ ବୁଝିବା ସହିତ ସେଠାରେ ଜଳଖିଆ ଖାଇଥିଲେ। ସେଠାରୁ ମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁଗୁଳ ଅଭିମୁଖେ ଯାତ୍ରା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories