www.samajalive.in
Wednesday, December 10, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କ ଦ୍ୱାରା ଲୋକାର୍ପିତ ହେଲା ବିଶ୍ୱର ସୁଦୀର୍ଘ ଓ ସର୍ବୋଚ୍ଚ ହାଇୱେ ଅଟଳ ଟନେଲ୍‍

ଶିମଲା : ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କ ଦ୍ୱାରା ଲୋକାର୍ପିତ ହେଲା ଅଟଳ ଟନେଲ୍‍ । ହିମାଚଳପ୍ରଦେଶ ରୋହତାଙ୍ଗରେ ସ୍ୱତନ୍ତ୍ର ଉତ୍ସବରେ ଏହାର ଲୋକାର୍ପଣ ହୋଇଛି। ଏହି ଉତ୍ସବରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ,ମୁଖ୍ୟମନ୍ତ୍ରୀ ଜୟୀରାମ ଠାକୁର, କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର, ସିଡ଼ିଏସ ବିପିନ ରାୱତ, ସ୍ଥଳସେବା ମୁଖ୍ୟ ଏମଏମ ନର୍ଭାଣେ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏଥିରେ ସାମିଲ ହୋଇଛନ୍ତି। ୯ କିମି ଲମ୍ବ ବିଶିଷ୍ଟ ବିଶ୍ୱର ସୁଦୀର୍ଘ ଓ ସର୍ବୋଚ୍ଚ ହାଇୱେ ଟନେଲ ହେଉଛି ଅଟଳ ଟନେଲ୍‍। ୩ ହଜାର ମିଟର ଉଚ୍ଚ ପାହାଡ଼ରେ ନିର୍ମିତ ହୋଇଛି ଏହି ଟନେଲ। ଟନେଲ ନିର୍ମାଣ ଦ୍ୱାରା ମନାଲିରୁ ଲେହ ୪୬ କିମି ଦୂରତା କମିଲା। ତୁଷାରପାତ ଯୋଗୁଁ ୬ ମାସ ବନ୍ଦ ରହୁଥିବା ଯାତ୍ରା ପ୍ରତିବନ୍ଧକ ଟଳିଲା। ଅଟଳ ଟନେଲ୍‍ ଯୋଗୁଁ ଦୁର୍ଗମ ଅଞ୍ଚଳର ଲୋକଙ୍କ ଜୀବନଧାରଣ ମାନ ଉନ୍ନତ ହେବ। ପର୍ଯ୍ୟଟନ କ୍ଷେତ୍ରରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହେଲା। ୨୦୧୦ ଜୁନ ୨୮ ରୁ ଅଟଳ ଟନେଲ୍‍ ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା।

 

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories