www.samajalive.in
Monday, December 8, 2025
27.1 C
Bhubaneswar

ଘାଟିରେ ଓଲଟିଲା ବସ ; ୨୫ ଯାତ୍ରୀ ଆହତ

ଫୁଲବାଣୀ: କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ଗାଡ଼ିଆପଡା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା  ଶୁକ୍ରବାର ଜଣାପଡ଼ିଛି। ଗାଡିଆପଡା ଘାଟିରେ ବସ ଓଲଟି ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଖଜୁରିପଡ଼ା ପୁଲିସ ଓ ଦମକଳ ବାହିନୀଙ୍କ ସହଯୋଗରେ ସଦର ମହକୁମା ଫୁଲବାଣୀ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତି ୧୦ଟାରେ ରାଜା ନାମକ ଏକ ଘରୋଇ ଯାତ୍ରୀବାହୀ ବସ ଫୁଲବାଣୀରୁ ଭୁବନେଶ୍ୱର ଯାତ୍ରା ଆରମ୍ଭ କରିଥିଲା ଫୁଲବାଣୀ ଠାରୁ ୪୦କିଲୋମିଟର ଯାତ୍ରା କରିବା ପରେ ଘାଟିର ଶେଷ ବୁଲାଣି ରାସ୍ତାରେ ବସଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ଥ ହୋଇଥିଲା। ଏଥିରେ ୪୦ରୂ ଉର୍ଦ୍ଧ୍ଵ ଯାତ୍ରୀ ଯାତ୍ରା କରୁଥିଲେ। ସେଥିରୁ ୨୫ରୁ ଉର୍ଦ୍ଧ୍ଵ ଆହାତ ହୋଇଥିବାର ସୂଚନା ମିଳିଛି।

 

- Advertisement -

 

 

 

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories