www.samajalive.in
Friday, December 5, 2025
17.1 C
Bhubaneswar

ଆଜିଠୁ ଆମ ଶାସନ ବ୍ୟବସ୍ଥା : ଏଣିକି ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ ଓ ଅଧିକାରୀ

ଭୁବନେଶ୍ଵର: ରାଜ୍ୟରେ ଆମ ଶାସନ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକଙ୍କ ମତାମତ ଆଧାରରେ ନୀତି ନିର୍ଦ୍ଧାରଣ ହେବ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନେ ସାଧାରଣ ଲୋକଙ୍କୁ ଫୋନ୍ କରି ମତାମତ ନେବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ । ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ବିଜେଡି ସରକାରଙ୍କ ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ ହେବ। ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବନି । ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ। ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ। ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ ।

 

- Advertisement -

 

 

 

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories