www.samajalive.in
Monday, December 8, 2025
27.1 C
Bhubaneswar

ବିଦ୍ୟାଳୟରେ କଡାକଡି ପାଳନ ହେବ କୋଭିଡ ନିୟମାବଳୀ

ଭୁବନେଶ୍ୱର : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ହେଉଥିବାରୁ ପୁଣି ବିଭିନ୍ନ ରାଜ୍ୟରେ ଲକଡାଉନ ଫେରିଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ କୋଭିଡ ନିୟମାବଳୀକୁ କଡାକଡି ଭାବେ ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ପରିସ୍ଥିତିରେ ବିଦ୍ୟାଳୟ ଖୋଲଯାଇ ସାରିଥିବାରୁ କରୋନା ସଂକ୍ରମଣ ବୃଦ୍ଧି ନପାଇବାକୁ କଟକଣା କଡାକଡି ଭାବେ ପାଳନ କରିବାକୁ ଆଜି ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ଡିଇଓଙ୍କୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କୁ ଚିଠି ଲେଖିଛନ୍ତି। ଏସଆରସି ଜାରି କରିଥିବା ଗାଇଡଲାଇନ ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଦ୍ୟାଳୟମାନଙ୍କରେ ସାନିଟେସନ କାର୍ଯ୍ୟ କରାଇବା,କୋଭିଡ -୧୯ ନିରାପତ୍ତା ମାନିବା ପାଇଁ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ, ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ବାଧ୍ୟତାମୂଳକ, ଥର୍ମାଲ ସ୍କ୍ରିନିଂ ହ୍ୟାଣ୍ଡ ୱାସ ଓ ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇଛି। ସେହିପରି ପାଠ ପଢା ବ୍ୟତୀତ ସ୍କୁଲରେ ଅନ୍ୟ କୌଣସି କାର୍ଯ୍ୟକ୍ରମ ହୋଇପାରିବ ନାହିଁ। କଟକଣା ନ ମାନିଲେ ଗାଇଡଲାଇନ ଅନୁସାରେ ଦଣ୍ଡିତ ହେବେ ବୋଲି ଚିଠିରେ ଉଲ୍ଲେଖ ରହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories