www.samajalive.in
Sunday, December 14, 2025
26.1 C
Bhubaneswar

କଟକରେ ଲଜ୍ଜା; ଛାତ୍ରୀଙ୍କୁ ତାଙ୍କ ପୁରୁଷ ବନ୍ଧୁ ନିଜ ସାଙ୍ଗ ସହ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ

କଟକ : କଟକରେ ଲଜ୍ଜା। ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ବାଦାମବାଡି ଥାନାରେ ଅଭିଯୋଗ ହୋଇଛି । ଛାତ୍ରୀଙ୍କ ପୁରୁଷ ବନ୍ଧୁ ନିଜର ଅନ୍ୟ କିଛି ସାଙ୍ଗ ମିଶି ଦୁଷ୍କର୍ମ କରିଥିବା ଛାତ୍ରୀ ଅଭିଯୋଗ କରିଛନ୍ତି। ବାଦାମବାଡି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହ ଛାତ୍ରୀଙ୍କ ପୁରୁଷ ବନ୍ଧୁ ସମେତ ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ଅଭିଯୁକ୍ତମାନେ ହେଲେ ଝାଞ୍ଜିରିମଙ୍ଗଳା ଅଞ୍ଚଳର ୩ ଜଣ, ବାରଙ୍ଗ ଅଞ୍ଚଳର ଜଣେ କାଫେ ମାଲିକ ତଥା ଭଗବତପୁର ଅଞ୍ଚଳର ଅଭିଯୁକ୍ତ ସହ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ଜଣେ ।

 

- Advertisement -

 

ଖୁସି ଖବର ; ପୁଣି କମିଲା ସୁନା ଦାମ୍‌ , ୧୦ ଗ୍ରାମକୁ ଏତିକି ଟଙ୍କା..

ସୂଚନାନୁଯାୟୀ, ଦଶହରା ସମୟରେ କଟକ ପୁରୀଘାଟ ଥାନା ଅଞ୍ଚଳରେ ଏକ କାଫେରେ ଛାତ୍ରୀ ଜଣକ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ଏହାପରେ ସେଠାରେ ଛାତ୍ରୀଙ୍କ ଅଜାଣତରେ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ତାଙ୍କ ପୁରୁଷ ବନ୍ଧୁ। ଆଉ ଏଥିରେ ସହଯୋଗ କରିଥିଲେ କାଫେ ଚଳାଉଥିବା ଭରତପୁର ଅଞ୍ଚଳର ଯୁବକ। ଏହି ଭିଡିଓ ରଖି କାଫେ ମାଲିକ ଓ ପୁରୁଷ ବନ୍ଧୁର ସାଙ୍ଗମାନେ ଛାତ୍ରୀଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକିଥିଲେ। ଛାତ୍ରୀ ଜଣକ ସେଠାରେ ପହଁଞ୍ଚିବା ପରେ ତାଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ଅଶ୍ଲୀଳ ଭିଡିଓ କରିବା ସହ ତାଙ୍କୁ ବ୍ଲାକମେଲ କରି ଗଣଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories