www.samajalive.in
Friday, December 12, 2025
15.1 C
Bhubaneswar

ସନ୍ଧ୍ୟା ୬ଟା – ମୁଖ୍ୟ ଖବର

୧. ଆଜି ସନ୍ଧ୍ୟାରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କୋଭିଡ ସତର୍କତା ନେଇ ନୂଆ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ
୨. ଟୋକିଓ ଅଲମ୍ପିକ୍ସ ମହିଳା ହକି ସେମିଫାଇନାଲ ମ୍ୟାଚରେ ଆର୍ଜେଣ୍ଟିନା ଠାରୁ ୨-୧ ଗୋଲରେ ଭାରତ ପରାସ୍ତ, ବ୍ରୋଞ୍ଜ ପଦକ ପାଇଁ ଖେଳିବ ଦଳ
୩. ଅଗଷ୍ଟ ୯ରୁ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କୋଭିଡ ଗାଇଡଲାଇନ ଅନୁଯାୟୀ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ
୪. ଅକ୍ଟୋବର ୨୪ ଟି-ଟ୍ୱେଣ୍ଟି ବିଶ୍ୱକପରେ ମୁହାଁମୁହିଁ ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ-ପାକିସ୍ତାନ
୫. ଟୋକିଓ ଅଲିମ୍ପିକ୍ସ: ୬୯ କେଜି ବର୍ଗ ସେମିରେ ତୁର୍କୀ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ହାରିଲେ ଭାରତୀୟ ବକ୍ସର ଲଭଲିନା ବୋରଗୋହେନ, ମିଳିଲା ଅଲିମ୍ପିକ୍ସ କାଂସ୍ୟ ପଦକ
୬. ଦେଶରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି, ଆଜି ୪୨୬୨୫ ନୂଆ ସଂକ୍ରମିତ ଚିହ୍ନଟ
୭. ଆଜି ରାଜ୍ୟରେ ୧୩୧୫ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ, ସଂଗରୋଧରୁ ୭୬୨ ଏବଂ ସ୍ଥାନୀୟ ସଂକ୍ରମିତ ୫୫୩
୮. କଟକ ବୋର୍ଡ ହାଇସ୍କୁଲରେ ମାଟ୍ରିକ ପରୀକ୍ଷାରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ୨୦୧୪ର ପ୍ରଶ୍ନ ଦିଆଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଗଣଶିକ୍ଷା ସଚିବ କରିବେ ତଦନ୍ତ
୯. ବାହାର ରାଜ୍ୟରୁ ଓଡ଼ିଶା ଆସିବା ପାଇଁ ଥିବା କଟକଣା ପ୍ରତ୍ୟାହାର, ଆବଶ୍ୟକ ନାହିଁ କରୋନା ଟେଷ୍ଟ ରିପୋର୍ଟ ଓ ଦ୍ୱିତୀୟ ଡୋଜ୍ ପ୍ରମାଣପତ୍ର
୧୦. ରାଜ୍ୟରେ କରୋନା ନେଲା ୬୬ ଜୀବନ, ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୧୬୮

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories