www.samajalive.in
Thursday, December 11, 2025
13.1 C
Bhubaneswar

କୋଭିଡ୍‌ ଟୀକାକରଣ ନିମନ୍ତେ ପ୍ରସ୍ତୁତ ରହିବାକୁ ଜିଲାପାଳମାନଙ୍କୁ ନିର୍ଦେଶ ଦେଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର:କୋଭିଡ୍‌ ଟୀକାକରଣ ସମ୍ବନ୍ଧୀୟ ସଚେତନତାର ବ୍ୟାପକ ପ୍ରସାର ଓ ଟୀକାକରଣ ନିମନ୍ତେ ସଂପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ଅପରାହ୍ମରେ ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶ୍ରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ କୋଭିଡ୍‌ ଟୀକାକରଣ ପାଇଁ ଗଠିତ ରାଜ୍ୟ ଷ୍ଟିଅରିଂ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌ ଟୀକାକରଣ ପାଇଁ ରାଜ୍ୟର ସମସ୍ତ ଜିଲ୍ଲା ଓ ବ୍ଲକ୍‌ସ୍ତରରେ ବ୍ୟାପକ ବ୍ୟବସ୍ଥା କରିବା ଓ ଏହି କାର୍ଯ୍ୟରେ ନିୟୋଜିତ ଥିବା କର୍ମଚାରୀମାନଙ୍କୁ ଠିକ୍‌ ଭାବେ ତାଲିମ ଦେବା ଓ ଆବଶ୍ୟକ ହେଲେ ବିଭିନ୍ନ ବ୍ଲକ୍‌ଗୁଡ଼ିକୁ ଯାଇ ସମୟୋଚିତ ଭାବେ ଟୀକାକରଣ ପ୍ରସ୍ତୁତିକୁ ଅନୁଧ୍ୟାନ କରିବାକୁ ଶ୍ରୀ ମହାପାତ୍ର ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି।
କୋଭିଡ୍‌ ଟୀକାକରଣ କାର୍ଯ୍ୟକ୍ରମର ସଠିକ୍‌ ରୂପାୟନ କିପରି ହୋଇପାରିବ, ସେ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ଜାତୀୟ ସ୍ୱାସ୍ଥ୍ୟ ମିଶନ, ଓଡ଼ିଶାର ପରିଚାଳନା ନିର୍ଦେଶିକା ଶାଳିନୀ ପଣ୍ଡିତ ସମସ୍ତ କାର୍ଯ୍ୟକର୍ତ୍ତା ଓ କର୍ମଚାରୀଙ୍କୁ ଏହାର ଗୁରୁତ୍ୱପୂର୍ଣ୍ଣ ଦିଗଗୁଡ଼ିକ ସଂପର୍କରେ ବୁଝାଇଥିଲେ । ଏହାଛଡ଼ା ଯେକୌଣସି ପାଶ୍ୱ ପ୍ରତିକ୍ରିୟାକୁ ଦକ୍ଷତାର ସହ କିପରି ମୁକାବିଲା କରାଯାଇପାରିବ ସେ ବିଷୟରେ ଆଲୋଚନା କରିଥିଲେ।
କୋଭିଡ୍‌ ଟୀକାକରଣ ପାଇଁ ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଓ ଅନ୍ୟାନ୍ୟ କୋଭିଡ୍‌ ଯୋଦ୍ଧା ତଥା ୫୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି ଏବଂ ୫୦ ବର୍ଷରୁ କମ୍‌ ଅଣସଂକ୍ରାମକ ରୋଗୀଙ୍କୁ ଚିହ୍ନଟ କରିବା ଓ ଟୀକାକରଣ ସମ୍ବନ୍ଧୀୟ ସ୍ଥାନ କିପରି ନିରୂପଣ କରାଯିବ ତା’ର ମାର୍ଗଦର୍ଶିକା ସମ୍ବନ୍ଧରେ ମଧ୍ୟ ଶାଳିନୀ ପଣ୍ଡିତ ଆଲୋକପାତ କରିଥିଲେ।
ଓସ୍ୱାନ୍‌ ପ୍ଲାଟ୍‌ଫର୍ମ ଜରିଆରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଉଚ୍ଚ ପଦାଧିକାରୀ, ସମସ୍ତ ନିର୍ଦେଶକ, ସବୁ ଜିଲାର ଜିଲାପାଳ, ମୁଖ୍ୟ ଚିକିତ୍ସାଧିକାରୀ ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories