www.samajalive.in
Monday, December 15, 2025
24.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

କଲମପୁର: ବାଇକ ଦୁର୍ଘଟଣାରେ ଜନୈକ ଶିକ୍ଷକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହେବା ଭଳି ଅଭାବନୀୟ ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ସୁଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ କାଣିଗୁମା ଗ୍ରାମ ପଞ୍ଚାୟତ ଅଧିନ ତାରାଗାଁ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକ କହ୍ନାଇ ଚରଣ ଲୋହାର ବାଇକ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପୁଲିସ ସୂତ୍ରରୁ ସୂଚନା ମିଳିଛି। ଶନିବାର ସ୍କୁଲ ଛୁଟି ହେଲା ପରେ ଶିକ୍ଷକ ଶ୍ରୀ ଲୋହାର ବାଇକ୍ ଯୋଗେ ନିଜ ଗାଁ ଜାମଗୁଡାକୁ ଫେରୁଥିବା ବେଳେ ତାରାଗାଁ ନିକଟ ଚମ୍ପା ଝରଣ ପୋଲ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ବାଇକ୍ ସହିତ ଖସି ପଡିଥିଲେ। ଖବର ପାଇ ଥୁଆମୂଳ ରାମପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories