ପାଟଣା: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଆହ୍ବାନ କ୍ରମେ ଆଜି କେନ୍ଦୁଝର ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଶହ ଶହ ବିଜେପି କର୍ମୀ ବିଭିନ୍ନ ପ୍ରସଙ୍ଗକୁ ବିରୋଧ କରି ସାହାରପଡା ବିଜେପି ପକ୍ଷରୁ ସାହାରପଡା ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦଳୀୟ କର୍ମୀ ଓ ନେତା ସ୍ଥାନୀୟ ଶିଶୁ ବିଦ୍ୟା ମନ୍ଦିର ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଡ଼ାକବାଜି ଯନ୍ତ୍ର ଯୋଗେ ରାଜ୍ୟ ସରକାରଙ୍କ ବିରୋଧରେ ବର୍ଷିବା ସହ ନାରାବାଜି କରିଛନ୍ତି। କାର୍ଯ୍ୟକ୍ରମରେ ପୂର୍ବତନ ବିଜେପି ଜିଲ୍ଲା ସଭାପତି ରାଧାକାନ୍ତ ମହାନ୍ତ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମମୀତା ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୌତମ ନାଏକ ପ୍ରମୁଖ ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଅନ୍ୟାନ୍ୟ ପ୍ରସଙ୍ଗରେ ବିଜେଡି ସରକାରଙ୍କୁ ସମାଲୋଚନା କରିଥିଲେ।
Popular Categories



