www.samajalive.in
Sunday, December 14, 2025
23.1 C
Bhubaneswar

ଫୁଲବାଣୀ ଆଇଟିଆଇରେ ଆଇୱାଇଡିପି ୨୦୨୩ର ଉଦଘାଟନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ସଦର ମହକୁମା ସ୍ଥିତ ସରକାରୀ ଶିଳ୍ପ ତାଲିମ୍ ଅନୁଷ୍ଠାନ ଫୁଲବାଣୀରେ ଇଣ୍ଟିଗ୍ରେଟେଡ୍ ୟୁଥ୍ ଡେଭଲପମେଣ୍ଟ ପ୍ରୋଗ୍ରାମ (ଆଇୱାଇଡିପି) ୨୦୨୩ର ଉଦଘାଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କନ୍ଧମାଳ ଯୁବ ବିଜେଡ଼ି ଜିଲ୍ଲା ସଭାପତି ବିଷ୍ଣୁ ଚରଣ ମଲ୍ଲିକ, କନ୍ଧମାଳ ଜିଲ୍ଲା ଆଥଲେଟିକ୍ ଆସୋସିଏସନ୍ ସେକ୍ରେଟାରୀ ଶିବପ୍ରସାଦ ତ୍ରିପାଠୀ, ଜିଲ୍ଲା ନିୟୋଜନ ଅଧିକାରୀ ପୁରୁଷୋତ୍ତମ ମହାପାତ୍ର, ଫୁଲବାଣୀ ଆଇଟିଆଇର ଆଇଏମସି ଚେୟାରମେନ ନୀଳମାଧବ ମିଶ୍ର ଏବଂ ଆଇଟିଆଇ ଅଧ୍ୟକ୍ଷ ଇଂ ପ୍ରକାଶ ଚନ୍ଦ୍ର ସେଠୀ ଯୋଗ ଦେଇଥିଲେ। ସ୍ଥାନୀୟ ଆଇଟିଆଇର ପ୍ରଶିକ୍ଷକ ଅଧିକାରୀ ଡ଼ଃ ନୃସିଂହାନନ୍ଦ ମହାପାତ୍ର କାର୍ୟ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଧାୟକ ପତାକା ଉତ୍ତୋଳନ କରିବା ପରେ ଅତିଥିମାନେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପ୍ରଦର୍ଶିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories