www.samajalive.in
Wednesday, December 10, 2025
16.1 C
Bhubaneswar

ଅନ୍ଧବିଶ୍ୱାସ ଓ କୁସଂସ୍କାର ବିରୋଧରେ ସଚେତନତା

ଆଠଗଡ: ଆଠଗଡସ୍ଥିତ ଗୋପବନ୍ଧୁ ମହିଳା ଡିଗ୍ରୀ କଲେଜରେ ସମନ୍ଵିତ ଯୁବ ବିକାଶ ଏବଂ ନୂଆ ଓଡିଶା ଯୋଜନା ଅନ୍ତର୍ଗତ ସମାଜସେବା କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଅନ୍ଧବିଶ୍ୱାସ ଓ କୁସଂସ୍କାର ବିରୋଧରେ ରାଧାଗୋବିନ୍ଦପୁର ଗ୍ରାମରେ ସଚେତନତା ସୃଷ୍ଟି କରାଯାଇଛି। ନୋଡାଲ ଅଧିକାରୀ ଅଧ୍ୟାପିକା ବସିରା ବେଗମଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷା ସଙ୍ଗୀତା ମହାପାତ୍ର ପୌରୋହିତ୍ୟ କରିଥିବାବେଳେ ରାଧାଗୋବିନ୍ଦପୁର ସରପଞ୍ଚ ପ୍ରଭାକର ରାଉତ ମୁଖ୍ୟଅତିଥି ଭାବେ ଉଦବୋଧନ ଦେଇ ଅନ୍ଧବିଶ୍ୱାସ ଓ କୁସଂସ୍କାର ଆମ ସମାଜକୁ କଳୁଷିତ କରୁଛି ଏବଂ ଏହାର ଶିକାର ହୋଇ ବହୁ ଅମୁଲ୍ୟ ଜୀବନ ଅକାଳେ ଝଡିପଡୁଛି ବୋଲି କହିଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ ନାଏବ ସରପଞ୍ଚ ବିଚିତ୍ରାନନ୍ଦ ରାଉତ ଓ ଆଦିଶକ୍ତି ପୂଜା କମିଟି ସଭାପତି ଅକ୍ଷୟ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

Hot this week

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

Related Articles

Popular Categories