www.samajalive.in
Saturday, December 6, 2025
14.1 C
Bhubaneswar

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଶା କାର୍ଯ୍ୟକ୍ରମ

ପାଟଣା: ସାହାରପଡା ବ୍ଲକ ଅନ୍ତର୍ଗତ ଉଦୟପୁର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦୁଝରରେ ନୂଆ ଓଡିଶା ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଅନୁଷ୍ଠାନର ଭାରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ବିଜୟ କୁମାର ପରିଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଉଦୟପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଭୋଳାନାଥ ବଘେଲବାବୁ, ମୁଖ୍ୟ ବକ୍ତା ଭାବେ ସମାଜସେବୀ ଅକ୍ଷୟ କୁମାର ପରିଡା, ସମ୍ମାନିତ ଅତିଥି ଭାବେ ବେଣୁଧର ପରିଡା, ଭାଗିରଥି ମୁଦୁଲି, ଦୁଃଶାସନ ବିଶ୍ବାଳ, ବିଦ୍ୟାଧର ସିଂହ ଓ ଚତୁର୍ଭୁଜ ରାଜ ପ୍ରମୁଖ ଯୋଗ ଦେଇଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ସମୟକୁ ସଠିକ୍ ଭାବରେ ଉପଯୋଗ ନିମିତ୍ତ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ପ୍ରଦାନ କରିଥିଲେ। ଗ୍ରନ୍ଥାଗାରିକ ପ୍ରଦୀପ କୁମାର ପହି ସଭାକାର୍ଯ୍ୟ ପରିଚାଳନା କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories