www.samajalive.in
Sunday, December 14, 2025
23.1 C
Bhubaneswar

ମନମୋହନଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

ପାଟଣା: ନିପ୍ର କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଝାରବେଡା ଗ୍ରାମର ବାସିନ୍ଦା ଅଵସରପ୍ରାପ୍ତ ପ୍ରଧାନ ଶିକ୍ଷକ ମନମୋହନ ବାରିକ ଝାରବେଡା ଠାରେ ଆମ୍ବ ଚନ୍ଦନ, କଦଳୀ ରୁଦ୍ରାକ୍ଷ ସହ ଔଷଧୀୟ ଗଛ ଲଗାଇବା ସହ ଡୁମୁରିଗୋଡା ଠାରେ ଶତାଧିକ ମେହେଗାନି ଗଛ ଲଗାଇ ଏକ ଛୋଟ ଜଙ୍ଗଲ ସୃଷ୍ଟି କରି ପାରିଥିବାରୁ ତାଙ୍କୁ ପ୍ରକୃତି ବନ୍ଧୁ ସମ୍ମାନରେ ସମ୍ମାନିତ କରିଯିବା ସହ ୧୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଛି।

ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଗୁରୁବାର କେନ୍ଦୁଝର ଜିଲ୍ଲା ସଂସ୍କୃତି ଭବନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ ମନମୋହନଙ୍କୁ ପ୍ରକୃତି ବନ୍ଧୁ ସମ୍ମାନରେ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ଡିଏଫଓ ଏଚ ଡି ଧନରାଜଙ୍କ ସମେତ ଅନ୍ୟ ଅଧିକାରୀ ମାନେ ସାମିଲ ଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories