www.samajalive.in
Friday, December 5, 2025
23.1 C
Bhubaneswar

‘ସମାଜ’ର ବଡ଼ସାହି ବ୍ଲକ ପ୍ରତିନିଧି ସରୋଜ ଦାସଙ୍କ ପରଲୋକ

ମୟୁରଭଞ୍ଜ : ଦୈନିକ ଖବରକାଗଜ ‘ସମାଜ’ର ମୟୁରଭଞ୍ଜ ଜିଲ୍ଲାର ବଡ଼ସାହି ବ୍ଲକ ପ୍ରତିନିଧି ସରୋଜ କୁମାର ଦାସ(୫୦)ଙ୍କର ମଙ୍ଗଳବାର ପରଲୋକ ହୋଇଛି। କିଛି ଦିନ ତଳେ ସରୋଜ ଦୁର୍ଘଟଣାର ଶିକାର ହୋଇ ଚିକିତ୍ସିତ ହେବା ପରେ ଘରକୁ ଫେରିଥିଲେ। ମାତ୍ର ଆଜି ହଠାତ୍‌ ତାଙ୍କର ଦେହାନ୍ତ ହୋଇଛି।

ତାଙ୍କର ଅକାଳ ବିୟୋଗରେ ଦୈନିକ ଖବରକାଗଜ ‘ସମାଜ’ର ପରିବାରରେ ତଥା ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି। ସେ ଅତ୍ୟନ୍ତ ମିଷ୍ଟଭାଷୀ, ପରୋପକାରୀ ବ୍ୟକ୍ତି ଥିଲେ। ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେ ‘ସମାଜ’ ତରଫରୁ ଶ୍ରେଷ୍ଠ ସାମ୍ବାଦିକ ପୁରସ୍କୃତ ଓ ସମ୍ୱର୍ଦ୍ଧିତ ହୋଇଥିଲେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରାଯାଇଛି। ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରାଯାଇଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories