www.samajalive.in
Friday, December 5, 2025
17.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଗସ୍ତ; ରାଜଧାନୀରେ ଦ୍ୱିତୀୟାର୍ଦ୍ଧରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ, ଜାଣନ୍ତୁ ୩ଟାରୁ ୬ଟା କ’ଣ ରହିବ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର : ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜୁନ୍‌ ୨୦ ତାରିଖରେ ଭୁବନେଶ୍ୱର ଜନତା ମଇଦାନ ଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଆୟୋଜନ କରାଯାଇଛି । ଆଜି କାର୍ଯ୍ୟକ୍ରମର ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅର୍ଥାତ୍‌ ଜୁନ୍‌ ୨୦ ତାରିଖରେ ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ରାଜସ୍ୱ ଓ ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଛୁଟି ରହିବ । ଅତ୍ୟଧିକ ଭିଡ ଓ ଟ୍ରାଫିକ୍‌ ସମସ୍ୟା ଆଶଙ୍କାରେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ଏନେଇ ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ପ୍ରାୟ ୧୯ ହଜାର କୋଟିର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଶୁକ୍ରବାର ଜୁନ୍‌ ୨୦ରେ ପ୍ରଧାନମନ୍ତ୍ରୀ ତ୍ରିରଙ୍ଗା ଯାତ୍ରା ସହ ରୋଡ୍‌ ଶୋ’ କରିବେ । ସୁରକ୍ଷା ଦୃଷ୍ଟିରେ ରାଜଧାନୀରେ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି ହୋଇଛି । ମୋଦୀଙ୍କ ରୋଡ୍‌ ଶୋ’ ପାଇଁ ରାସ୍ତା ଓ ଜନତା ମଇଦାନରେ ୧୩୩ ପ୍ଲାଟୁନ୍‌ ପୁଲିସ ଫୋର୍ସ ରହିବେ ।

- Advertisement -

୨୦ ତାରିଖରେ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ଯାଏଁ ୩ ଘଣ୍ଟା ବିମାନବନ୍ଦରରୁ ଏଜି ଛକ, ରାଜଭବନ, ଜୟଦେବ ବିହାର ଓ ଜାଭିୟର ଛକ ବନ୍ଦ ରହିବ । ସେହିପରି କଟକରୁ ଆସୁଥିବା ବସ୍‌ ରସୁଲଗଡ ରେଲୱେ ଓଭରବ୍ରିଜ୍‌ ଠାରୁ ସର୍ଭିସ ରୋଡ୍‌ରେ ଆସି ବାଣୀବିହାରଛକ, ଆଚାର୍ଯ୍ୟ ବିହାର ଛକରୁ ସୈନିକ ସ୍କୁଲ ରାସ୍ତା ଦେଇ ଜନତା ମଇଦାନକୁ ଯିବ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories