www.samajalive.in
Tuesday, December 9, 2025
23.1 C
Bhubaneswar

ଜିଲାପାଳମାନଙ୍କୁ ଏସ୍‌ଆର୍‌ସିଙ୍କ ଚିଠି: ଘନୀଭୂତ ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ, ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦେଶ

ଭୁବନେଶ୍ବର: ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି। ବର୍ଷା ସହ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ। ପାହାଡ଼ିଆ ଅଞ୍ଚଳରେ ଭୁସ୍ଖଳନ ସମ୍ଭାବନା ଦୃଷ୍ଟିରୁ ସତର୍କ ରହିବାକୁ ନିର୍ଦେଶ। । ଅଧିକ ଘନିଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଅବପାତ ରୂପ ନେବା ସମ୍ଭାବନା। ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୪୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଜି ରାତିରେ ନାରାସପୁର ଓ ବିଶାଖାପାଟଣା ମଧ୍ୟ​‌େ​‌ର ଅତିକ୍ରମ କରିବ। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ଓ ପବନର ସମ୍ଭାବନା ରହିଛି। ତେଣୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲାପାଳମାନଙ୍କୁ ଏସ୍‌ଆର୍‌ସି ନିର୍ଦେଶ ଦେଇଛନ୍ତି।
ରାଜ୍ୟରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ଏସ୍‌ଆର୍‌ସିଙ୍କ ଚିଠି ଲେଖିଛନ୍ତି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଚିଠିରେ ନିର୍ଦେଶ ଦେଇଛନ୍ତି। ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲାଗୁଡ଼ିକୁ ସତର୍କ ରହିବାକୁ ନିର୍ଦେଶ। ଘନୀଭୂତ ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ। ଓଡ଼ିଶାର ୧୩ ଜିଲା ପାଇଁ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି। ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦକ୍ର ଓ କଟକ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories