www.samajalive.in
Saturday, December 6, 2025
16.1 C
Bhubaneswar

ଦୀପକଙ୍କଠାରୁ ୨୦ ଲକ୍ଷ ଦାବି କରୁଥିଲେ ଶୁଭମିତ୍ରା

ସମାଜ ଡିଜିଟାଳ ଡେସ୍କ: କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସ୍ଵାମୀ ତଥା ଅଭିଯୁକ୍ତ ଦୀପକଙ୍କଠାରୁ ଶୁଭମିତ୍ରା ୨୦ ଲକ୍ଷ ଟଙ୍କା ଦାବି କରୁଥିବା ପୁଲିସକୁ ତଥ୍ୟ ହସ୍ତଗତ ହୋଇଛି। ଉଭୟଙ୍କ ହ୍ବାଟ୍ସଆପ ଚାଟ୍‌ରୁ ଏହି ତଥ୍ୟ ଜଣାପଡ଼ିବା କୁହାଯାଉଛି।

ହତ୍ୟାକାଣ୍ଡ ପରେ ପ୍ରାଥମିକ ତଦନ୍ତରୁ ଦୀପକ ଶୁଭମିତ୍ରାଙ୍କଠାରୁ ୧୦ ଲକ୍ଷ ଟଙ୍କା ନେଇଥିଲେ ଏବଂ ସେ ଫେରସ୍ତ ମାଗିବାରୁ ଦୀପକ ତାଙ୍କୁ ହତ୍ୟା କରିଥିଲେ ବୋଲି ଜଣାପଡ଼ିଥିଲା। ଏ ନେଇ ପୁଲିସ ବି ସ୍ପଷ୍ଟ କରିଥିଲା। କିନ୍ତୁ ଏବେ ନୂଆ ମିଳିବା ମାମଲାକୁ ଭିନ୍ନ ମୋଡ଼ ଦେଇଛି। ଶୁଭମିତ୍ରାଙ୍କ ମା’ ଦୀପକଙ୍କଠାରୁ ଏହି ଅର୍ଥ ଆଣିବାକୁ କହୁଥିଲେ ବୋଲି ପୁଲିସଠାରୁ ସୂଚନା ମିଳିଛି।

- Advertisement -

ଅନ୍ୟପଟେ ଦୀପକ ଶୁଭମିତ୍ରାଙ୍କ ନାମରେ ବୀମା କରାଇଥିବା ଜଣାପଡ଼ିଛି। ହତ୍ୟା କଲେ ବୀମା ଅର୍ଥ ମିଳିବନି ବୋଲି ଦୀପକ ଜାଣିଥିଲେ। ସେପଟେ ହତ୍ୟାକାଣ୍ଡ ଦିନ ଉଭୟଙ୍କ ମଧ୍ୟରେ ୟୁନିଟ-୬ ଅଞ୍ଚଳରେ କାର ଭିତରେ ୪୦ ମିନିଟ ଧରି ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ ଶୁଭମିତ୍ରା ଦୀପକଙ୍କୁ ଗୋଇଠା ମାରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଦୀପକ ଶୁଭମିତ୍ରାଙ୍କୁ ହତ୍ୟା କରିଥିଲେ।

ସୂଚନାଯୋଗ୍ୟ, ଟ୍ରାଫିକ କନଷ୍ଟେବଳ ଶୁଭମିତ୍ରା ନିଖୋଜ ହୋଇଯିବା ପରେ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲା। ଶୁଭମିତ୍ରାଙ୍କୁ ତାଙ୍କ ସ୍ଵାମୀ ଦୀପକ ରାଉତ ଭୁବନେଶ୍ଵରରେ ହତ୍ୟା କରି କେନ୍ଦୁଝରର ଘଟଗାଁ ଥାନା ଅଞ୍ଚଳରେ ପୋତି ଦେଇଥିଲେ। ପୁଲିସ ମାମଲାର ତଦନ୍ତ କରି ମୃତଦେହକୁ ଜବତ କରିବା ସହିତ ଦୀପକଙ୍କୁ ଗିରଫ କରିଥିଲା। ଦୀପକ ପୁଲିସ କମିଶନରଙ୍କ କାର୍ଯ୍ୟାଳୟରେ ଆକାଉଣ୍ଟ ସେକ୍ସନରେ କିରାଣି ଭାବେ କାର୍ଯ୍ୟରତ ଥିଲେ। ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ସେ ଶୁଭମିତ୍ରାଙ୍କୁ ବିବାହ କରିଥିଲେ।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories