www.samajalive.in
Thursday, December 11, 2025
14.1 C
Bhubaneswar

ଜଷ୍ଟିସ୍‍ ଅରୁଣ କୁମାର ମିଶ୍ର ହେଲେ ଜାତୀୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ

ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‍ ଅରୁଣ କୁମାର ମିଶ୍ର ଆଜି ଜାତୀୟ ମାନବାଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜଷ୍ଟିସ୍‍ ମିଶ୍ରଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏଥିପାଇଁ ଏକ ଉଚ୍ଚସ୍ତରୀୟ କମିଟି ଜଷ୍ଟିସ୍‍ ମିଶ୍ରଙ୍କ ନାମ ସୁପାରିଶ କରିଥିଲା।


ଏହି କମିଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଲୋକସଭା ବାଚସ୍ପତି ଓମ୍‍ ବିର୍ଲା, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ଏବଂ ରାଜ୍ୟସଭାରେ ବିରୋଧୀଦଳ ନେତା ମଲ୍ଲିକାର୍ଜୁନ ଖାଡ୍‍ଗେ ସଦସ୍ୟ ରହିଛନ୍ତି। ଜଷ୍ଟିସ୍‍ ମିଶ୍ର ଗତବର୍ଷ ସେପ୍ଟେମ୍ବରରେ ସୁପ୍ରିମକୋର୍ଟରୁ ବିଚାରପତି ଭାବେ ଅବସର ଗ୍ରହଣ କରିଥିଲେ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories