www.samajalive.in
Wednesday, December 10, 2025
16.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ : ଅଭିଯୁକ୍ତକୁ ୧୦ଦିନ ରିମାଣ୍ଡରେ ନେଲା ଏନଆଇଏ

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଅଭିଯୁକ୍ତକୁ ୧୦ ଦିନ ରିମାଣ୍ଡରେ ନେଇଛି ଏନଆଇଏ । ଦିଲ୍ଲୀ ଆତ୍ମଘାତି ବିସ୍ଫୋରଣର ମୁଖ୍ୟ ଆସାମୀ ଉମରର ସହଯୋଗୀ ରସିଦ ଅଲ୍ଲୀକୁ ୧୦ଦିନ ରିମାଣ୍ଡରେ ନେଇଛି ଜାତୀୟ ତଦନ୍ତକରି ସଂସ୍ଥା (ଏନଆଇଏ ) । ଆଜି ଦିଲ୍ଲୀ ପଟିଆଲା ଅଦାଲତରେ ଆସାମୀ ରସିଦ ଅଲ୍ଲୀକୁ ହାଜର କରାଇଥିଲା ଏନଆଇଏ । ଏହା ପରେ ଅଦାଲତରେ ରସିଦକୁ ରିମାଣ୍ଡରେ ନେବାକୁ ଅନୁମତି ମାଗିଥିଲା ଏନଆଇଏ । ପରେ ଅଦାଲତ ରସିଦକୁ ରିମାଣ୍ଡରେ ନେବାପାଇଁ ଅନୁମତି ଦେଇଥିଲା ।

ଦିଲ୍ଲୀ ଆତ୍ମଘାତି ଘଟଣାରେ ଗତକାଲି ରସିଦକୁ ଦିଲ୍ଲୀରୁ  ଗିରଫ କରିଥିଲା ଏନଆଇଏ । ମିଳିଥିବା ସୂଚନା ଅନୁସାରେ ଆତ୍ମଘାତି ବିସ୍ଫୋରଣ ପାଇଁ ଷଡଯନ୍ତ୍ର କରିଥିଲା ରସିଦ । ଦିଲ୍ଲୀ ଆସି କାର କିଣି ଆତଙ୍କୀ ଆକ୍ରମଣ ପାଇଁ ପୁରା ଯୋଜନା କରିଥିଲା । ନଭେମ୍ବର ୧୦ ତାରିଖରେ ଦିଲ୍ଲୀର ସୁଭାଷ ମାର୍ଗ ସିଗନାଲରେ ହୋଇଥିବା ବିସ୍ଫୋରଣରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲା । ଏପର୍ଯ୍ୟନ୍ତ୨୦ ରୁ ଅଧିକ ଆହତଙ୍କ ଚିକିତ୍ସା ଚାଲିଛି, ଯେଉଁଥିରେ ତିନି ଜଣଙ୍କ ଅବସ୍ଥା ଗୁରୁତର ଅଛି।

Hot this week

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

Related Articles

Popular Categories