www.samajalive.in
Sunday, December 7, 2025
26.1 C
Bhubaneswar

ସ୍ତ୍ରୀ ଉଠାଇଲେନି ଫୋନ; ନିଜ ଦେହରେ ନିଆଁ ଲଗାଇଲେ ସ୍ୱାମୀ

ବାଲେଶ୍ୱର : ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିବା ଶନିବାର ଜଣାପଡ଼ିଛି। ଜଣେ ବ୍ୟକ୍ତିଙ୍କ ପତ୍ନୀ ଫୋନ ନ ଉଠାଇବାରୁ ସେ ନିଜ ଦେହରେ ନିଆଁ ଲଗାଇ ଦେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ନୀଳଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, କୌଣସି କାରଣରୁ ଉକ୍ତ ବ୍ୟକ୍ତିଙ୍କର ନିଜ ସ୍ତ୍ରୀ ସହ ଝଗଡ଼ା ହୋଇଥିଲା। ଫଳରେ ତାଙ୍କ ସ୍ତ୍ରୀ କିଛି ଦିନ ପୂର୍ବରୁ ଶାଶୁ ଘର ଛାଡ଼ି ପଳାଇ ଯାଇଥିଲେ। ଆଜି ସେ ନିଜ ସ୍ତ୍ରୀଙ୍କୁ ଫୋନ କରିଥିଲେ। ମାତ୍ର ସେ ଫୋନ ନ ଉଠାଇବାରୁ ଘର କବାଟ ବନ୍ଦ କରି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ। ଏହାପରେ ସେ ଜୋରରେ ଚିତ୍କାର କରିବାରୁ ଗାଁ ଲୋକେ କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories