www.samajalive.in
Saturday, December 6, 2025
26.1 C
Bhubaneswar

ମୋବାଇଲ ବ୍ୟାଟେରୀ ଫାଟି ନାବାଳକ ଗୁରୁତର

ନୀଳଗିରି : ବାଲେଶ୍ଵର ଜିଲ୍ଲା ଅଧୀନ ନୀଳଗିରି ଅଞ୍ଚଳରେ ମୋବାଇଲ ବ୍ୟାଟେରୀ ଫାଟି ଜଣେ ନାବାଳକ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଗରଡ଼ିହି ପଞ୍ଚାୟତ ଅଧୀନ ଚେକାମରା ଗାଁର ଟୁନା ସିଂଙ୍କ ପୁଅ ଚନ୍ଦ୍ରକାନ୍ତ(୭)। ସେ ଏକ ମୋବାଇଲ ବ୍ୟାଟେରୀକୁ ଧରି ଖେଳୁଥିବା ସମୟରେ ହଠାତ୍ ଏହା ଫାଟିଯିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କ ଡାହାଣ ହାତ ପାପୁଲି ଟି ନଷ୍ଟ ହୋଇ ଥିବାବେଳେ ଛାତି ଓ ପେଟରେ ପୋଡ଼ି ହୋଇ ଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମ୍ପୃକ୍ତ ନାବାଳକ ଅତି ଗରିବ ପରିବାରର ହୋଇଥିବାବେଳେ ହାତଟିକୁ ଅସ୍ତ୍ରୋପଚାରର ଆବଶ୍ୟକ ରହିଛି ବୋଲି ଡାକ୍ତର ପରାମର୍ଶ ଦେଇଛନ୍ତି। ଚିକିତ୍ସା ପାଇଁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories