www.samajalive.in
Saturday, December 6, 2025
23.1 C
Bhubaneswar

ସାମ୍ବାଦିକଙ୍କୁ ବେଡ଼ି: ବଦଳିଲେ ନୀଳଗିରି ଆଇଆଇସି, ତଦନ୍ତ ଅଧିକାରୀ

ଭୁବନେଶ୍ବର: ନୀଳଗିରିର ଜଣେ ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ ନୀଳଗିରି ଥାନା ଆଇଆଇସି ଦ୍ରୌପଦୀ ଦାସଙ୍କୁ ବଦଳି କରାଯାଇଛି। ଏହି ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ ବଦଳି କରାଯାଇଛି। ତଦନ୍ତ ଶେଷ ହେବା ପର୍ଯ୍ୟନ୍ତ ଉଭୟଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି ହୋଇଛି ବୋଲି ପୂର୍ବାଞ୍ଚଳ ଇନଚାର୍ଜ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି।

 

- Advertisement -

ସୂଚନା ମୁତାବକ  ଦୁଇଦିନ ପୂର୍ବରୁ ସାମ୍ବାଦିକ ଲୋକନାଥ ଦଳାଇ ପରିବା ମାର୍କେଟକୁ ଯାଇଥିଲେ। ନିଜର ମୋଟର ସାଇକଲ ବୁଲାଇବା ସମୟରେ ଅପରପକ୍ଷରୁ ଏକ ମୋଟର ସାଇକଲରେ ଆସୁଥିବା ଗୃହରକ୍ଷୀ ନିରଞ୍ଜନ ରଣା ତାଙ୍କୁ ଧକ୍କା ଦେଇଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଲୋକନାଥଙ୍କୁ ପୁଲିସ ଗିରଫ କରିବା ସହ କାର୍ଯ୍ୟାନୁଷ୍ଠାନ ନେଇଛି । ଖାଲି ସେତିକି ନୁହେଁ ଥାନାରେ ପୁଲିସ ବାବୁ ଲୋକନାଥଙ୍କୁ ମାଡ଼ ମାରିଥିବା ମଧ୍ୟ ଅଭିଯୋଗ ହୋଇଛି । ବର୍ତ୍ତମାନ ଲୋକନାଥ ଦଳାଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories