www.samajalive.in
Sunday, December 7, 2025
23.1 C
Bhubaneswar

ନୀଳଗିରିରେ ବିଜେପି ପକ୍ଷରୁ ଗଣଦୌଡ଼ 

ନୀଳଗିରି: ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ବିଜେପି ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ନୀଳଗିରିରେ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ସନ୍ତୋଷ ଖଟୁଆଙ୍କ ନେତୃତ୍ୱରେ ଆୟୋଜିତ ଏହି ଗଣଦୌଡ଼ରେ ଏନଏସି ଉପାଧ୍ୟକ୍ଷ ମହେନ୍ଦ୍ର ବେହେରା, ବିଜେପି ନଗର ମଣ୍ଡଳ ସଭାପତି ସୂର୍ଯ୍ୟକାନ୍ତ ବିଶ୍ୱାଳ, ଲୋକନାଥ ମିଶ୍ର, ଶୁଭ୍ରାଂଶୁ ଶେଖର ନନ୍ଦ, ମନୀନ୍ଦ୍ର ବେହେରା, ଶିଶିର ରାଉତ, ରମେଶ ରାଉତ ପ୍ରମୁଖ ବହୁ ବିଜେପି କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ। ପ୍ରଥମେ ଦଳୀୟ କାର୍ଯ୍ୟାଳୟରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ପରେ ସହର ପରିକ୍ରମାରେ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଗଣଦୌଡ଼ କରାଯାଇଥିଲା। ସମସ୍ତଙ୍କ ଭିତରେ ଏକତାର ବାର୍ତ୍ତା ନେଇ ଏହି କାର୍ଯ୍ୟକ୍ରମ ହୋଇଥିବା ବିଧାୟକ ସନ୍ତୋଷ ଖଟୁଆ କହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories