ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ। ନୟାଗଡ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ। ମହାନଦୀ କୂଳରେ ନୀଳମାଧଵ ପୀଠର ଶୋଭା ଅତ୍ୟନ୍ତ ମନୋରମ। ଫାଇଭ ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ, ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି।
ଏହା ସହିତ ଏଠାକୁ ଆସୁଥିବା ଭକ୍ତମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ଖୁଵ ଶୀଘ୍ର ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣା ପଡିଛି। ଏଥି ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି।



