ଦେଶର ସ୍ବାଧୀନତା ପାଇଁ ନୀଳମଣି ସାମଲଙ୍କ ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ-ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ହେବ

ଭୁବନେଶ୍ଵର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

prayash

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି।

ସ୍ବର୍ଗତ ନୀଳମଣି ସାମଲଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

Comments are closed.