www.samajalive.in
Thursday, December 11, 2025
13.1 C
Bhubaneswar

ନିମାପଡ଼ାରେ ବିଜେପିର ଗୁଣ୍ଡାରାଜ, ଭାଙ୍ଗିଲେ ବିଧାୟକ ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ଗାଡ଼ି

ନିମାପଡ଼ା: ଆଜି ନିମାପଡ଼ାରେ ବିଜେପିର ଗୁଣ୍ଡାରାଜ ଦେଖିବାକୁ ମିଳିଛି। ବିଜେପି ସମର୍ଥକମାନେ ବିଜେଡି କର୍ମୀଙ୍କ ଉପରେ ଆକ୍ରମଣ କରିବା ସହ ସେମାନଙ୍କ ଗାଡ଼ି ଭଙ୍ଗାରୁଜା କରିଛନ୍ତି। ଏପରିକି କିଛି ବିଜେପି ସମର୍ଥକ ପିପିଲି ବିଧାୟକ ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ଗାଡ଼ିକୁ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ନିମାପଡ଼ା ୨୧ ନଂ ଜୋନ ତେରୁଣ୍ଡିଆ ଛକରେ ଘଟିଛି ଏହି ଘଟଣା। ବିଜେପି ନେତା ସମୀର ଦାଶଙ୍କ ସମର୍ଥକ ଏହି ଭଙ୍ଗାରୁଜା କରିଥିବା ଅଭିଯୋଗ କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛି। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଉତ୍ତେଜନା ଲାଗି ରହିଥିବାରୁ ଉଭୟ ବିଜେପି ଓ ବିଜେଡି ମଧ୍ୟରେ ଗଣ୍ଡଗୋଳ ହେବା ଆଶଙ୍କାରେ ସେଠାରେ ପୁଲିସ ମୁତୟନ କରାଯାଇଥିବା ସୂଚନା ମିଳିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories