www.samajalive.in
Tuesday, December 9, 2025
15.1 C
Bhubaneswar

ସୁଭଦ୍ରାକୁ ନେଇ ନିମାପଡାରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା, ନିର୍ବାଚନମଣ୍ଡଳୀରେ ପ୍ରଭାତୀ ପରିଡାଙ୍କୁ ଭବ୍ୟ ସ୍ୱାଗତ

ନିମାପଡ଼ା/ଭୁବନେଶ୍ୱର:ଗତକାଲି ବିଧାନସଭାର କାର୍ଯ୍ୟକାଳ ଶେଷହେବା ପରେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ନିଜ ନିର୍ବାଚନମଣ୍ଡଳୀ ନିମାପଡା ଗସ୍ତ କରିଥିଲେ। ନିମାପଡାରେ ସୁଭଦ୍ରା ଯୋଜନାକୁ ନେଇ ଜନତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ଦେଖିବାକୁ ମିଳିଥିଲା । ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କୁ ଖୋଲାଜିପ୍‌ରେ ଏକ ବିଶାଳ ଶୋଭାଯାତ୍ରାରେ ବିରାଟ ଜନ ସମୁଦ୍ର ଦ୍ୱାରା ସ୍ୱାଗତ କରାଯାଇଥିଲା । ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ ରହିଛି । ସୁଭଦ୍ରା ଯୋଜନାର ଶୁଭାରମ୍ଭକୁ ନେଇ ମା’ ଏବଂ ଭଉଣୀଙ୍କ ମଧ୍ୟରେ ଅକୁଣ୍ଠ ଉତ୍ସାହ ଦେଖିବାକୁ ମିଳିଥିଲା ।

ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କୁଅଁରପୁରର ଖେଲାର ବଜାରଠାରୁ ବାଣିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ମା’ ପାଇଁ ଗଛଟିଏ ଅଭିଯାନରେ ସାମିଲ ହୋଇଥିଲେ ଏବଂ ବାଣିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଚାରାଟିଏ ରୋପଣ କରିଥିଲେ ।

- Advertisement -

ପରେ ଶ୍ରୀମତୀ ପରିଡା ନିମାପଡ଼ା ବୁଦ୍ଧିଜୀବୀ ନାଗରିକ ମଞ୍ଚ ତରଫରୁ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେବା ସହ ଆତ୍ମୀୟ ସମ୍ବର୍ଦ୍ଧନା ପାଇଁ ନିମାପଡ଼ା ଅଞ୍ଚଳର ବୁଦ୍ଧିଜୀବୀମାନଙ୍କୁ କୃତଜ୍ଞତା ଜଣାଇଥିଲେ । ଆୟୋଜିତ ନାଗରିକ ସମ୍ବର୍ଦ୍ଧନା ସଭାରେ ଖେଲାର ଅଞ୍ଚଳର ୮୦ ଟି ସରକାରୀ ଓ ବେସରକାରୀ ଅନୁଷ୍ଠାନ ତରଫରୁ ସ୍ଥାନୀୟ ନେତ୍ରୀ ଶ୍ରୀମତୀ ପରିଡାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧନା ସଭାରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ଛାତ୍ର ଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ସମେତ ବିଭିନ୍ନ ଅଂଚଳର ବୁଦ୍ଧିଜୀବୀ ଓ ଜନସାଧାରଣ ଉପସ୍ଥିତ ଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories