www.samajalive.in
Monday, December 8, 2025
27.1 C
Bhubaneswar

କେରଳ: ନିପା ଭୂତାଣୁରେ ଆକ୍ରାନ୍ତ ଯୁବକଙ୍କ ମୃତ୍ୟୁ

ତିରୁଅନନ୍ତପୁରମ : କେରଳର ମାଲାପୁରମ ଜିଲାରେ ନିପା ଭୂତାଣୁରେ ଆକ୍ରାନ୍ତ ଜଣେ ୨୪ ବର୍ଷୀୟ ଯୁବକଙ୍କର ରବିବାର ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ସଂସ୍ପର୍ଶରେ ଆସିଥିବା ୧୫୧ ଜଣଙ୍କୁ ଚିହ୍ନଟ କରାଯାଇ ବର୍ତ୍ତମାନ ସଙ୍ଗରୋଧରେ ରଖାଯାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏମାନଙ୍କର ରକ୍ତ ନମୁନା ପରୀକ୍ଷା ପାଇଁ ପୁଣେସ୍ଥିତ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିକୁ ପଠାଯାଇଥିବା କୁହାଯାଇଛି। ନିପା ଭୂତାଣୁ ଯୋଗୁଁ ଯୁବକଙ୍କର ମୃତ୍ୟୁ ଘଟିବା ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ବୀଣା ଜର୍ଜ ଏକ ଜରୁରୀ ବୈଠକ ଡକାଇ ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories