www.samajalive.in
Thursday, December 11, 2025
18.1 C
Bhubaneswar

ଭୁବନେଶ୍ବରରେ କେନ୍ଦ୍ର ଅର୍ଥମନ୍ତ୍ରୀ

ଭୁବ‌େ‌ନଶ୍ବର : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି । ପୋଷ୍ଟ ବଜେଟ୍ ସାମ୍ବାଦିକ ସମ୍ମିଳନୀକୁ ସେ ଶୁକ୍ରବାର ସମ୍ବୋଧିତ କରିବେ। ହୋଟେଲ ମେ’ ଫେୟାରରେ ପୂର୍ବାହ୍ନ ୧୧ଟା ୩୦ରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହେବ। ସଂସଦରେ ନିକଟରେ ଉପସ୍ଥାପିତ ହୋଇଥିବା କେନ୍ଦ୍ର ବଜେଟ ସମ୍ପର୍କରେ ସେ ବିସ୍ତୃତ ସୂଚନା ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ପରେ ଖୋର୍ଦ୍ଧା ଅରୁଗୁଳସ୍ଥିତ ଆଇଆଇଟିରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି। ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ କେନ୍ଦ୍ର ଅର୍ଥମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ବିଜେପି ନେତା ମନମୋହନ ସାମଲ ଏବଂ ଠାକୁର ରଞ୍ଜିତ ଦାସ ପ୍ରମୁଖ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories