www.samajalive.in
Tuesday, December 9, 2025
15.1 C
Bhubaneswar

ପ୍ରବାସୀଙ୍କୁ ମିଳିବ ମାଗଣା ରାସନ, ୨ ମାସ ପାଇଁ ଶସ୍ୟ ସହ ଡ଼ାଲି

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ନିମନ୍ତେ ଲକ୍ଡ଼ାଉନରେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଶ୍ରମିକମାନଙ୍କୁ ଦିଆଯିବ ସହାୟତା । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଏ ସମ୍ପର୍କରେ ଘୋଷଣା କରିଛନ୍ତି । କୌଣସି ପ୍ରବାସୀ ଯେପରି ଭୋକିଲା ରହିବେ ନାହିଁ ସେଥିପ୍ରତି ନିର୍ମଳା ଗୁରୁତ୍ବାରୋପ କରିଛନ୍ତି । ଆତ୍ମନିର୍ଭର ଭାରତ ଅଭିଯାନରେ ସେମାନଙ୍କୁ ସହାୟତା ମିଳିବ । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା କିମ୍ବା ରାଜ୍ୟ ହିତାଧିକାରୀ ତାଲିକାରେ ସାମିଲ୍ ନ ଥିଲେ ମଧ୍ୟ ସେମାନେ ଏହି ସହାୟତା ପାଇବାକୁ ହକଦାର ହେବ ।

- Advertisement -

ପ୍ରବାସୀ ଶ୍ରମିକଙ୍କୁ ରାଜ୍ୟ ସରକାର, ସ୍ଥାନୀୟ ପ୍ରଶାସନ ଚିହ୍ନ କରି ଏହି ସୁବିଧା ଯୋଗାଇ ଦେବେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି । ଏଥିସହ ମାର୍ଚ୍ଚ ୨୦୨୧ ସୁଦ୍ଧା ସାରା ଦେଶରେ ୱାନ୍ ନେସନ୍ ୱାନ୍ ରାସନ୍ କାର୍ଡ ଲାଗୁ ହେବ । ଫଳରେ ଯେ କେହି ବି ଦେଶର କୌଣସି ସରକାରୀ ବିକ୍ରୟ କେନ୍ଦ୍ରରୁ ରାସନ ନେଇପାରିବ ।ଆଗାମୀ ଦୁଇ  ମାସ ପାଇଁ ସମସ୍ତ ପ୍ରବାସୀ ପରିବାରକୁ ମାସିକ ୫ କେଜି ଶସ୍ୟ ସହ ଏକ କେଜି ଚଣା ଡାଲି ଯୋଗାଇ ଦିଆଯିବ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଏ ଘୋଷଣା କରିଛନ୍ତି । ଏଥିପାଇଁ କେନ୍ଦ୍ର ସରକାର ୨ ମାସରେ ୩୫୦୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହାଦ୍ୱାରା ପ୍ରାୟ ୮ କୋଟି ପ୍ରବାସୀ ଉପକୃତ ହେବେ ।

 

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories