www.samajalive.in
Saturday, December 6, 2025
19.1 C
Bhubaneswar

ନିର୍ମଳା ସୀତାରମଣଙ୍କ ବଜେଟ ପେଡ଼ି; ୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥା ଲକ୍ଷ୍ୟ, ୩ କୋଟି ଉଠା ଦୋକାନୀଙ୍କୁ ପେନ୍‌ସନ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଦେଶର ସାମଗ୍ରିକ ବିକାଶ ପାଇଁ କି କି ପଦକ୍ଷେପ ନିଆଯାଇଛି ଏବଂ ଆଗକୁ କ’ଣ ପଦକ୍ଷେପ ନେବାର ଅଛି ସେ ବିଷୟରେ ଜଣାଇଛନ୍ତି। ଅର୍ଥମନ୍ତ୍ରୀ କହିଥିଲେ, ୨୦୧୪ରେ ବିଜେପି ସରକାର ଗଠନ ସମୟରେ ଦେଶର ଅର୍ଥନୀତି ୧.୮୫ ଟ୍ରିଲିୟନ ଡଲାର ରହିଥିଲା। ଗତ ୫ବର୍ଷ ମଧ୍ୟରେ ଏହା ବୃଦ୍ଧି ପାଇଁ ୨.୭ ଟ୍ରିଲିୟନ ଡଲାରରେ ପହଞ୍ଚିପାରିଛି। ଆଗାମୀ ୫ବର୍ଷ ମଧ୍ୟରେ ଦେଶକୁ ୫ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ କରାଯିବାକୁ ଲକ୍ଷ୍ୟ ରହିଛି। ଏବେ ଭାରତ ବିଶ୍ଵରେ ୩ୟ ବୃହତ୍ତ ଅର୍ଥନୀତି ଭାବେ ଉଭା ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଦୃଢ଼ ନେତୃତ୍ଵ ବଳରେ ଆମେ ଆମର ଲକ୍ଷ୍ୟ ହାସଲ କରିପାରିବୁ।

ସେହିପରି ଦେଶର ୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ପେନସନ ପ୍ରଦାନ କରାଯିବ। ବାର୍ଷିକ ୧.୫ କୋଟିରୁ କମ୍‌ କାରବାର କରୁଥିବା ଦୋକାନୀମାନଙ୍କୁ ପ୍ରଧାନମନ୍ତ୍ରୀ କର୍ମଯୋଗୀ ମାନଧନ ଯୋଜନାରେ ଏହି ପେନ୍‌ସନ ମିଳିବ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories