www.samajalive.in
Sunday, December 7, 2025
23.1 C
Bhubaneswar

‘ନିର୍ମାଣ କୁସୁମ’ କାର୍ଯ୍ୟକ୍ରମର ଶୁଭରାମ୍ଭ

ଭୁବନେଶ୍ବର: ଶନିବାର ‘ନିର୍ମାଣ କୁସୁମ’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ଉଦଘାଟନ କରିଛନ୍ତି । ଏହି ଯୋଜନା ମଧ୍ୟରେ ନିର୍ମାଣ ଶ୍ରମିକଙ୍କ ପିଲାଙ୍କୁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବା ସହ ପଞ୍ଜିକୃତ ଶ୍ରମିକଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଯୋଜନା ଅନ୍ତର୍ଗତ ସରକାରୀ ଆଇଟିଆଇ ଅନୁଷ୍ଠାନରେ ପଢ଼ୁଥିବା ନିର୍ମାଣ ଶ୍ରମିକଙ୍କ ପିଲାମାନଙ୍କୁ ଓ ପଲିଟେକନିକ୍ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନ ମିଳିବ । ଆଇଟିଆଇ ଛାତ୍ରଛାତ୍ରୀଙ୍କୁ ୨୩,୬୦୦ ଟଙ୍କା ଓ ଡିପ୍ଲୋମା ଛାତ୍ରଛାତ୍ରୀଙ୍କୁ ୨୬,୩୦୦ ଟଙ୍କା ମିଳିବ । ଏହି ଯୋଜନାରେ ୧,୮୭୮ ହିତାଧିକାରୀଙ୍କୁ ୧.୦୯ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ‘ନିର୍ମାଣ କୁସୁମ’ ଶୁଭାରମ୍ଭ ବେଳେ ଘୋଷଣା ହୋଇଛି ।

ସେହିପରି ନିର୍ମାଣ ଶ୍ରମିକଙ୍କ ମୃତ୍ୟୁକାଳୀନ ସହାୟତା ରାଶି ମଧ୍ୟ ବୃଦ୍ଧି ହୋଇଛି । ସ୍ବାଭାବିକ ମୃତ୍ୟୁ ହେଲେ ୨ ଲକ୍ଷ ଟଙ୍କା ଓ ଦୁର୍ଘଟଣାଜନିତ ମୃତ୍ୟୁ ହେଲେ ୪ ଲକ୍ଷ ଟଙ୍କା ସେମାନଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି ।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories