www.samajalive.in
Monday, December 8, 2025
24.1 C
Bhubaneswar

ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରପତିଙ୍କ ପରାମର୍ଶ; ‘ବିନା ଚାପରେ ନିଷ୍ପତ୍ତି ନିଅ’

ରାଉରକେଲା: ସମାଜ ପ୍ରତି ଏନଆଇଟି ଛାତ୍ରଛାତ୍ରୀଙ୍କର ଅନେକ ଅବଦାନ ରହିଛି। ତେଣୁ ବିନା କୌଣସି ଚାପରେ ଛାତ୍ରଛାତ୍ରୀମାନଙ୍କୁ ନିଷ୍ପତ୍ତି ନେବାକୁ ହେବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ପରାମର୍ଶ ଦେଇଛନ୍ତି। ଏନଆଇଟି ରାଉରକେଲାର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଭାଷଣ ଦେଇ ଏହା କହିଛନ୍ତି। ସ୍ନାତକ ଛାତ୍ର ଜୀବନର ଏକ ଗୁରୁତ୍ଵପୂର୍ଣ୍ଣ ପର୍ଯ୍ୟାୟ ବୋଲି ରାଷ୍ଟ୍ରପତି କୋବିନ୍ଦ ଏହି ଅବସରରେ କହିଥିଲେ।

ରାଷ୍ଟ୍ରପତି ଭାଷଣ ଦେବା ଅବସରରେ କହିଥିଲେ, ଉଭୟ ସାଂସ୍କୃତିକ ଓ ଐତିହାସିକ କ୍ଷେତ୍ରରେ ଓଡ଼ିଶା ବେଶ୍‌ ସମୃଦ୍ଧ। କୋଣାର୍କ ସୂର୍ଯ୍ୟମନ୍ଦିର କଳା ଓ ବିଜ୍ଞାନର ଉତ୍କୃଷ୍ଟ ନିଦର୍ଶନ। ଦେଶ ସ୍ବାଧୀନରେ ଓଡ଼ିଶାର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଡାକ୍ତରୀ ବିଜ୍ଞାନରେ ମହିଳାଙ୍କ ଭୂମିକା ଉଲ୍ଲେଖନୀୟ। ବୈଷୟିକ ଶିକ୍ଷା କ୍ଷେତ୍ରରେ ମହିଳାଙ୍କୁ ଆହୁରି ମଜଭୁତ କରିବାକୁ ପଡ଼ିବ ବୋଲି କୋବିନ୍ଦ କହିଥିଲେ। ଭାରତକୁ ଜ୍ଞାନର କେନ୍ଦ୍ର କରିବା ନୂଆ ଶିକ୍ଷାନୀତିର ଉଦ୍ଦେଶ୍ୟ ବୋଲି ସେ କହିଥିଲେ।

- Advertisement -

ଏନଆଇଟିର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଏମପି ଜୁଏଲ ଓରାମ, ଏନଆଇଟି ନିର୍ଦେଶକ ଅନିମେଶ ବିଶ୍ୱାସ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories