ନୂଆଦିଲ୍ଲୀରେ ନୀତି ଆୟୋଗ ବୈଠକ ଆରମ୍ଭ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଆରମ୍ଭ ହୋଇଛି ନୀତି ଆୟୋଗ ବୈଠକ । ବୈଠକରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇଛନ୍ତି । ୨୦୪୭ ରୋଡ୍‍ମ୍ୟାପ୍‍ ନେଇ ବୈଠକରେ ଆଲୋଚନା ହେଉଛି । ଏହାର ଲକ୍ଷ୍ୟ ହେଉଛି ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା । ଚଳିତ ଥର ନୀତି ଆୟୋଗ ବୈଠକରେ ବିଷୟବସ୍ତୁ ରହିଛି -୨୦୨୪ ମସିହାରେ ବିକଶିତ ରାଜ୍ୟମାନଙ୍କ ପାଇଁ ବିକଶିତ ଭାରତ । ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଅନ୍ୟ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଅନୁପସ୍ଥିତ ରହିଥିବା ସୂଚନା ମିଳିଛି ।

Comments are closed.