www.samajalive.in
Sunday, December 7, 2025
16.1 C
Bhubaneswar

ନିତି ଆୟୋଗ ବୈଠକ; ସ୍ୱତନ୍ତ୍ର ଫୋକସ୍‌ ରାଜ୍ୟ ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିତି ଆୟୋଗ ବୈଠକରେ ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ ରାଜ୍ୟ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି । ପ୍ରତି ବର୍ଷ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବାରୁ ତେଣୁ ଓଡ଼ିଶାକୁ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଇଁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇଦେବାକୁ ସେ ଦାବି କରିଛନ୍ତି । ଟେଲିକମ୍‌, ବ୍ୟାଙ୍କିଙ୍ଗ୍‌ ଓ ରେଲୱେ କ୍ଷେତ୍ରରେ ଓଡ଼ିଶାକୁ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ତାହାସହ ବୈଠକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ କହିଛନ୍ତି ଅଧିକାଂଶ ଆଦିବାସୀ ଓ କେବିକେ ଜିଲ୍ଳା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହେଉଛି । ତେଣୁ ଏହି ସମସ୍ୟାର ସମାଧାନ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି । ଏହା ବ୍ୟତୀତ ଏଏସ୍‌ଆଇ ଓ ଏଏମଏସଏଆରର ରୂପାନ୍ତରଣ କାରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ଦାବି କରିଛନ୍ତି ।

- Advertisement -

ତାହା ସହ ଏହାର ଟେକ୍ନୋଲୋଜି ଓ ନ୍ୟାୟିକ ଢାଞ୍ଚାରେ ପରିବର୍ତ୍ତନ ଆଣିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ସବୁଠାରୁ ବଡ଼ କଥା ହେଉଛି ନିତି ଆୟୋଗ ବୈଠକରେ ଆମର ଐତିହ୍ୟ କୋଣାର୍କ ମନ୍ଦିର ପ୍ରସଙ୍ଗ ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ । ନ୍ୟାୟିକ ଢାଞ୍ଚାରେ ପରିବର୍ତ୍ତନ ଆସିଲେ କୋଣାର୍କ ପରି ଐତିହ୍ୟସ୍ଥଳୀକୁ ସୁରକ୍ଷିତ ରଖାଯାଇପାରି ବୋଲି ସେ ତାଙ୍କ ଦାବିରେ ଉପସ୍ଥାପନା କରିଛନ୍ତି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories