www.samajalive.in
Wednesday, December 10, 2025
23.1 C
Bhubaneswar

ବୈଠକରେ ନୀତିଶ ନିର୍ବାଚିତ

ସମାଜ ଲାଇଭ ଡ଼େସ୍କ : ବିହାରରେ ନୂତନ ସରକାର ଗଠନ ପାଇଁ ଆଜି ଏନଡିଏର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ନୀତିଶ ଜେଡିୟୁର ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି । ବିହାର ବିଧାନସଭାରେ ଏନଡିଏ ସଦସ୍ୟଙ୍କ ସଂଖ୍ୟା ଗରିଷ୍ଠତା ପାଇଁ ପୁଣି ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ସ୍ଥିର ହୋଇଛି । ଆଗାମୀ କାର୍ଯ୍ୟସୂଚୀ ଅନୁସାରେ ଆଜି ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫା ପ୍ରଦାନ କରିବେ ନୀତିଶ ଏବଂ ବିଧାନସଭା ଭଙ୍ଗ କରିବେ । ନୂତନ ମନ୍ତ୍ରିମଣ୍ଡଳ ସହ ନୀତିଶ ଓ ଉପମୁଖ୍ୟମନ୍ତ୍ରୀ ୨୦ ତାରିଖରେ ଶପଥ ଗ୍ରହଣ କରିବେ । ଏନଡିଏ ମେଣ୍ଟ ବିଧାୟକ ଦଳ ବୈଠକ ଏବେ ମଧ୍ୟ ଚାଲିଥିବା ସୂଚନା ରହିଛି । ବୈଠକରେ କ୍ୟାବିନେଟ ବଣ୍ଟନ ଉପରେ ଆଲୋଚନା ଚାଲିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅର୍ଜୁନ ରାମ ମେଘୱାଲ, ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବିଜେପି ନେତା ସାଧ୍ୱୀ ନିରଞ୍ଜନ ଜ୍ୟୋତି ଏବଂ ବିନୋଦ ତାୱଡେ ବୈଠକରେ ଉପସ୍ଥିତ ଅଛନ୍ତି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories