www.samajalive.in
Sunday, December 7, 2025
16.1 C
Bhubaneswar

ପୁଣି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର

ପାଟନା: ପୁଣି ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ କୁମାର। ୮ମ ଥର ପାଇଁ ସେ ବିହାରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ବୁଧବାର ରାଜ୍ୟପାଳ ଫଗୁ ଚୌହ୍ବାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ନୀତୀଶଙ୍କ ସହିତ ତେଜସ୍ବୀ ଯାଦବ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ବିଜେପିଠାରୁ ମେଣ୍ଟ ସମ୍ପର୍କ ଛିନ୍ନ କରିବା ପରେ ନୀତୀଶ ଲାଲୁ ପ୍ରସାଦ ଯାଦବଙ୍କ ଆରଜେଡି ସହିତ ହାତ ମିଳାଇଛନ୍ତି। ନୀତୀଶଙ୍କୁ ଆରଜେଡି ସହିତ କଂଗ୍ରେସ, ସିପିଆଇ, ସିପିଆଇଏମ୍ ଆଦି ୭ଟି ଦଳ ସମର୍ଥନ କରିଛନ୍ତି। ଏହି ୭ଟି ଦଳକୁ ନେଇ ନୀତିଶଙ୍କ ନେତୃତ୍ବରେ ଆଜି ବିହାରରେ ମହାମେଣ୍ଟ ସରକାର ଗଠନ ହୋଇଛି।

- Advertisement -

ସୂଚନାଯୋଗ୍ୟ, ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ନୀତୀଶ ଆରଜେଡି ନେତା ତେଜସ୍ବୀ ଯାଦବଙ୍କୁ ସାକ୍ଷାତ କରିଥିଲେ। ତେଜସ୍ବୀ ମହାମେଣ୍ଟକୁ ନୀତୀଶଙ୍କୁ ସ୍ବାଗତ କରିଥିଲେ। ପରେ ମହାମେଣ୍ଟ ବୈଠକରେ ନୀତୀଶଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଥିଲା। ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ନୀତୀଶ ନୂଆ ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଭେଟି ଦାବି ଜଣାଇଥିଲେ। ତେଜସ୍ବୀଙ୍କୁ ସାକ୍ଷାତ କାଳରେ ନୀତୀଶ କହିଥିଲେ ପଛ କଥାକୁ ଭୁଲି ଯାଇ ବିହାରରେ ନୂଆ ଅଧ୍ୟାୟ ସୃଷ୍ଟି କରିବା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories