www.samajalive.in
Wednesday, December 10, 2025
23.1 C
Bhubaneswar

ଗୁରୁବାର ଶପଥ ନେବେ ନୀତିଶ

ସମାଜ ଲାଇଭ ଡ଼େସ୍କ : ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହି ଉତ୍ସବରେ ଯୋଗଦେବେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପାଟନାର ଗାନ୍ଧୀ ମଇଦାନରେ ଅନୁଷ୍ଠିତ ହେବ ବୋଲି କୁହା ଯାଉଛି । ଏଥିପାଇଁ ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋରସୋରରେ ଆରମ୍ଭ ହୋଇଯାଇଛି । ଗୁରୁବାର ଦିନ ୧୧ ଟାରୁ ୧୨ଟା  ମଧ୍ୟରେ ଶପଥ ସମାରୋହ ଉତ୍ସବ ଅନୁଷ୍ଠିତ ହେବ । ମିଳିଥିବା ସୂତ୍ର ଅନୁସାରେ ଶପଥ ସମାରୋହର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ବୁଧବାର ନୀତିଶ କୁମାର ବିଧାୟକ ଦଳ ନେତା ଭାବରେ ନିର୍ବାଚିତ ହେବେ । ଏଥିପାଇଁ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ କେନ୍ଦ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ ଏବଂ ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କୁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories