ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ
ଭୁବନେଶ୍ବର : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ୍-୨ । ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ କୋର୍ଟରେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନର ଶୁଣାଣି ହୋଇଛି । ତାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି କୋର୍ଟ । କହିରଖୁଛୁ ବେଗୁନିଆ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଥିଲା ପୋଲିସ ।
Comments are closed.