ସମାଜ ଡିଜିଟାଲ ଡେସ୍କ: ରାଜ୍ୟର ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ଏନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ମହାନ୍ତି ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦକୁ ୧.୩୦ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୬୦ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି। ଆସନ୍ତାକାଲି (ଶନିବାର) ଖଇରମାଳରେ ୨ଲକ୍ଷରୁ ଅଢେଇ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ। ବ୍ରାହ୍ମଣୀରେ ବନ୍ୟାଜଳ କମୁଥିବା ବେଳେ ବର୍ତ୍ତମାନ ଗୋଟିଏ ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି।
Popular Categories



